ସୋମବାର ପବିତ୍ର ଜନ୍ମାଷ୍ଟମୀ, ଆଜି ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ
ପୁରୀ ୨୫।୦୮ : ସୋମବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସଂଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ଶାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସେବାୟତ ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ତିନି ବାଡ଼ରେ ବନ୍ଦାପନା କରିବେ। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।
ପୁରୀ ୨୫।୦୮ : ସୋମବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ।
ସଂଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ଶାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସେବାୟତ ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ତିନି ବାଡ଼ରେ ବନ୍ଦାପନା କରିବେ। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।