ସୋମବାର ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ ଦେଖିବେ ସ୍ଥିତି
ଭୁବନେଶ୍ୱର ୨୮/୧୦: ଆଜି ମଧ୍ୟ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ଦିନ ୧୧ଟା ୪୫ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ ଏବଂ ବାଲେଶ୍ବରର ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ୍ ସର୍ଭେ କରିବେ । ରବିବାର ମଧ୍ୟ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା, ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ବାତ୍ୟା ସ୍ଥିତିର ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ପରେ ଏସଆରସିଙ୍କ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀଙ୍କ ସହିତ ସ୍ଥିତିର ସମୀକ୍ଷା କରିଛନ୍ତି । ୧୪ ଜିଲ୍ଲାର ପ୍ରାୟ ୩୬ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ପ୍ରାଥମିକ ରିପୋର୍ଟ ଆସିଛି । ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ରିପୋର୍ଟ ୨ ତାରିଖ ସୁଦ୍ଧା ଦେବା ଲାଗି ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସେହି ଅନୁଯାୟୀ କ୍ଷତିପୂରଣ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଭୁବନେଶ୍ୱର ୨୮/୧୦: ଆଜି ମଧ୍ୟ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ଦିନ ୧୧ଟା ୪୫ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ ଏବଂ ବାଲେଶ୍ବରର ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ୍ ସର୍ଭେ କରିବେ ।
ରବିବାର ମଧ୍ୟ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା, ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ବାତ୍ୟା ସ୍ଥିତିର ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ ।
ଏହା ପରେ ଏସଆରସିଙ୍କ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀଙ୍କ ସହିତ ସ୍ଥିତିର ସମୀକ୍ଷା କରିଛନ୍ତି । ୧୪ ଜିଲ୍ଲାର ପ୍ରାୟ ୩୬ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ପ୍ରାଥମିକ ରିପୋର୍ଟ ଆସିଛି । ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ରିପୋର୍ଟ ୨ ତାରିଖ ସୁଦ୍ଧା ଦେବା ଲାଗି ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ସେହି ଅନୁଯାୟୀ କ୍ଷତିପୂରଣ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।