ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି। ଘଟଣାରୁ ପ୍ରକାଶ ଯେ, ଇନ୍‌ଷ୍ଟାଗ୍ରାମ୍‌ରେ ଜଣେ ଯୁବକ ଗୁରୁବାର ସନ୍ଧ୍ୟାରେ ମହାପୁରୁଷ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ […] The post ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ appeared first on Dharitri Odia News.

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି।

ଘଟଣାରୁ ପ୍ରକାଶ ଯେ, ଇନ୍‌ଷ୍ଟାଗ୍ରାମ୍‌ରେ ଜଣେ ଯୁବକ ଗୁରୁବାର ସନ୍ଧ୍ୟାରେ ମହାପୁରୁଷ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ଏକ ପୋଷ୍ଟ କରିଥିଲେ। ଏହାକୁ ବିରୋଧ କରି ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ବ୍ୟକ୍ତି ପୁରୁଣାବଜାର ଥାନାରେ ଅଭିଯୋଗ କରିବା ସହ ଉକ୍ତ ଯୁବକଙ୍କୁ ଗିରଫ ପାଇଁ ଦାବି କରିଥିଲେ। ୨ ଦିନ ଭିତରେ ଉକ୍ତ ଯୁବକଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ପୋଷ୍ଟ କରିଥିବା ଯୁବକ ଜଣକ ସୋସିଆଲ ମିଡିଆରେ ପୁନର୍ବାର କିଛି ମେସେଜ୍‌ କରିବା ପରେ ଶୁକ୍ରବାର ଅପରାହ୍ନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଯୁବକ ଏକଜୁଟ ହୋଇ ଭଦ୍ରକ ସହର ଆଡ଼କୁ ଆସୁଥିବା ପୋଲିସ ଖବର ପାଇଥିଲା।

ସନ୍ଥିଆ ପୋଲ ନିକଟରେ ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ଟାଉନ ଥାନା ଆଇଆଇସି ଅଜୟ ସୁଦର୍ଶନ ବାଗେ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲେ। ସେମାନେ ଉକ୍ତ ଯୁବକଙ୍କୁ ଏବେ ତୁରନ୍ତ ଗିରଫ କରାଯାଉ ବୋଲି ଅଡ଼ି ବସିବା ସହ ଟାୟାର ଜାଳି ସନ୍ଥିଆ ପୋଲ ନିକଟରେ ରାସ୍ତା ଅବରୋଧ କରିଥିଲେ। ପୋଲିସ ସହ ଯୁକ୍ତିତର୍କ ଓ ଠେଲାପେଲା ହେବାରୁ ପୋଲିସ ଲାଠି ଧରି ସେମାନଙ୍କୁ ଘଉଡ଼ାଇଥିଲା। ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଇଟାପଥର ମାଡ଼ କରିବାରୁ ଟାଉନ ଥାନା ଏସ୍‌ଆଇ ରୋଜେନ ମୁର୍ମୁଙ୍କ ମୁଣ୍ଡ ଫାଟିବା ସହ ଗୁରୁତର ଆହତ ହୋଇଛନ୍ତି। ଏକାଧିକ ପୋଲିସ କର୍ମଚାରୀଙ୍କ ଉପରେ ଢେଲା ମାଡ଼ ହୋଇଛି। ସିଟି ଡିଏସ୍‌ପି ଦ୍ୱିବେଦୀ ବୁଝାଶୁଝା କରୁଥିବା ବେଳେ ଆକ୍ରମଣରେ ଆହତ ହୋଇଛନ୍ତି।

The post ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ appeared first on Dharitri Odia News.