ସୌମ୍ଯାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ୟାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା। ଫକୀର ମୋହନ ସ୍ୱୟଂଶାସିତ […] The post ସୌମ୍ଯାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା appeared first on Dharitri Odia News.
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ୟାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟୁଇଟ କରି କହିଛନ୍ତି, ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।
ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି । ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡା ହୋଇଛନ୍ତି ।
The post ସୌମ୍ଯାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା appeared first on Dharitri Odia News.