ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି
ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଫିରୋଜ ପାଢ଼ୀଙ୍କ ସହ କଥା ହୋଇ ଘଟଣାର […] The post ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି appeared first on Dharitri Odia News.
ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଫିରୋଜ ପାଢ଼ୀଙ୍କ ସହ କଥା ହୋଇ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ। ଡିଜିଙ୍କ ସହ ଡିଆଇଜି ଡା. ସତ୍ୟଜିତ ନାୟକ, କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଆଇଜି ଏସ୍ ସାଇନି, ଡିିଏସପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଳୀ ରାଉତ ଉପସ୍ଥିତ ଥିଲେ।
The post ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି appeared first on Dharitri Odia News.