ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍, ବଡ଼ କଥା କହିଦେଲେ…
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୌଯ୍ୟ […] The post ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍, ବଡ଼ କଥା କହିଦେଲେ… appeared first on Dharitri Odia News.
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୌଯ୍ୟ ଦିଅନ୍ତୁ। ମନକୁ ଏହା ଅଧିକ ବିଚଳିତ କରୁଛି ଯେ, କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଯାଇପାରେ। ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ; ଯାହା ସାହାଯ୍ୟ କରିବା ବଦଳରେ ଚୁପ ରହିଲା। ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖି ବୁଜିଦେଲା।
ସେ ଅତି ସାହସିକତାର ସହ ତା’ ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିଲା। କଲେଜ ପଦାଧିକାରୀଙ୍କ ଦାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲା। ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରି କି ବାଲେଶ୍ୱର ସାଂସଦଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା।
ଜଣେ କେହି ବି ଯଦି ଉତ୍ତରଦାୟିତ୍ୱ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। ସେ କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ; ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା। ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ୱାସଘାତକତାରୁ କିଛି କମ ନୁହେଁ; ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ।
ମୁଁ ପୁଣିଥରେ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରୁଛି, ସେ ଏହା ସୁନିଶ୍ଚିତ କରୁନ୍ତୁ ଯେ, ନା କେବଳ କଲେଜ କର୍ତ୍ତୃପକ୍ଷ ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ, ଯେଉଁମାନେ ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ।
ପୀଡ଼ିତାଙ୍କ ଅମର ଆତ୍ମାର ସଦଗତି ହେଉ। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ମୁଁ ପୁଣିଥରେ ପ୍ରାର୍ଥନା କରୁଛି, ଏହି ଦାରୁଣ ଦୁଃଖକୁ ସାମ୍ନା କରିବା ପାଇଁ ସେ ପରିବାର ସଦସ୍ୟମାନଙ୍କୁ ଶକ୍ତି ଏବଂ ସାହସ ଦିଅନ୍ତୁ।
The post ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍, ବଡ଼ କଥା କହିଦେଲେ… appeared first on Dharitri Odia News.