ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ବର୍ନ ୟୁନିଟ୍‌ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ଚଳାଉଥିଲେ। ଏପରି କି ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଡାକ୍ତରଙ୍କ ସହ […] The post ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ appeared first on Dharitri Odia News.

ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ବର୍ନ ୟୁନିଟ୍‌ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ଚଳାଉଥିଲେ। ଏପରି କି ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଡାକ୍ତରଙ୍କ ସହ ଯୋଗାଯୋଗ କରି ତାଙ୍କର ଚିକିତ୍ସା କରାଯାଉଥିଲା। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚା ଯାଇପାରିଲା ନାହିଁ ବୋଲି ଡାକ୍ତରୀ ଟିମ୍‌ ସୂଚନା ଦେଇଛନ୍ତି।

ଏହି ଘଟଣାକୁ ନେଇ ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଏହା
ଅତ୍ୟନ୍ତ ମର୍ମନ୍ତୁଦ ଘଟଣା। ଏହି ଘଟଣା ମୋତେ ବିଚଳିତ କରୁଛି। ଘଟଣା ପଛରେ କଲେଜ ପ୍ରିନ୍ସିପାଲଙ୍କ ଗୁରୁତର ତ୍ରୁଟି ଥିଲା। ଇଣ୍ଟରନାଲ କମିଟିର ମନିଟରିଂ କରୁ ନ ଥିଲେ ପ୍ରିନ୍ସିପାଲ। କିଛି ପିଲା କାନ୍ଦିବାର ନାଟକ କରୁଛନ୍ତି। କିନ୍ତୁ ସେମାନେ ହିଁ ଆତ୍ମହତ୍ୟା ପାଇଁ ଉସୁକାଇଥିଲେ। ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ। ସରକାର ତ୍ୱରିତ୍‌ ପଦକ୍ଷେପ ନେଇ୧୨ ଘଣ୍ଟା ମଧ୍ୟରେ ସସ୍ପେଣ୍ଡ ଓ ଗିରଫ କରାଯାଇଛି। ତଦନ୍ତ ଠିକ ବାଟରେ ଚାଲିଛି, ନ୍ୟାୟ ନିଶ୍ଚୟ ମିଳିବ।

ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।

The post ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ appeared first on Dharitri Odia News.