ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ଶନିବାର ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର […] The post ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା appeared first on Dharitri Odia News.

ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ଶନିବାର ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି।

ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଶୁକ୍ରବାରରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Image

The post ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା appeared first on Dharitri Odia News.