ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା : କାଲିଠୁ ହେବ ଲାଗୁ….

ଭୁବନେଶ୍ବର : ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଣିକି ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୭ଟଙ୍କା ୬୪ ପଇସା କରାଯାଇଛି। ଏଥି ସହିତ ଉଚ୍ଚ ପ୍ରାଥମିକ ପିଲାଙ୍କ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୧୦ ଟଙ୍କା ୯୪ ପଇସା। ଯାହାକି ଆସନ୍ତାକାଲିଠୁ ପିଲାଙ୍କ ଖାଇବା ଖର୍ଚ୍ଚରେ ମିଶିକି ଆସିବ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଯେଉଁଥିରେ […]

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ିଲା : କାଲିଠୁ ହେବ ଲାଗୁ….
Midday meal price hiked in Odisha

ଭୁବନେଶ୍ବର : ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଣିକି ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୭ଟଙ୍କା ୬୪ ପଇସା କରାଯାଇଛି। ଏଥି ସହିତ ଉଚ୍ଚ ପ୍ରାଥମିକ ପିଲାଙ୍କ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୧୦ ଟଙ୍କା ୯୪ ପଇସା। ଯାହାକି ଆସନ୍ତାକାଲିଠୁ ପିଲାଙ୍କ ଖାଇବା ଖର୍ଚ୍ଚରେ ମିଶିକି ଆସିବ।

ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଯେଉଁଥିରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୮ ଟଙ୍କା ୮୨ ପଇସା ଥିଲା। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।