ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ…

ବାଲିଗୁଡ଼ା,୨୧ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମୂଲ୍ୟବାନ ଜୀବନ। ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା କରିଦେଲେ। ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରିରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡୁରୁକିଆ ପଞ୍ଚାୟତର […] The post ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ… appeared first on Dharitri Odia News.

ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ…

ବାଲିଗୁଡ଼ା,୨୧ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମୂଲ୍ୟବାନ ଜୀବନ। ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା କରିଦେଲେ। ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରିରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡୁରୁକିଆ ପଞ୍ଚାୟତର ମଝିସାହିରେ। ଏହି ଗ୍ରାମର ପ୍ରମୋଦ ମଲିକ ଗତ ୨ ବର୍ଷ ହେବ ପୁଆରୀ ମଲିକଙ୍କୁ ବିବାହ କରିଥିଲେ। ବିବାହ ସମୟରେ ନିଜ ବାପଘରୁ ପୁଆରୀ ଏକ ମୋବାଇଲ ଆଣିଥିଲେ। ତେବେ ଅଭାବରେ ପଡ଼ି ପ୍ରମୋଦ ମୋବାଇଲକୁ ବନ୍ଧା ରଖିବା ପରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଯାହାକୁ କେନ୍ଦ୍ର କରି ସ୍ତ୍ରୀ ପୁଆରୀ ପ୍ରଥମେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରେ ସ୍ବାମୀ ପ୍ରମୋଦ ମଧ୍ୟ ନିଜକୁ ସହ୍ୟ କରି ନ ପାରି ଅନ୍ୟ ଏକ କୋଠରିରେ ଝୁଲିପଡ଼ିଲେ। ଖବର ପାଇ ବାଲିଗୁଡ଼ା ପୋଲିସ ଓ ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ବନ୍ଦ ଘରୁ
ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଜବତ କରିଛି । ଏ ନେଇ ଘଟଣାର ଅଧିକ ତଦନ୍ତ ଜାରି ରଖୁଛି ବାଲିଗୁଡ଼ା ପୋଲିସ। ଉଭୟଙ୍କ ଆତ୍ମହତ୍ୟା ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି।

The post ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ… appeared first on Dharitri Odia News.