ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି
ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସ୍ବୁ ଏବଂ ଝିଅ ଅର୍ପିତା। ଆଜି ସକାଳେ ଖେଳପଡ଼ିଆରେ ଥିବା କାର୍ରୁ ୩ ଜଣଙ୍କୁ ରକ୍ତାକ୍ତ ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପେଲିସ କାର୍ ଡୋର୍ […] The post ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି appeared first on Dharitri Odia News.
ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସ୍ବୁ ଏବଂ ଝିଅ ଅର୍ପିତା।
ଆଜି ସକାଳେ ଖେଳପଡ଼ିଆରେ ଥିବା କାର୍ରୁ ୩ ଜଣଙ୍କୁ ରକ୍ତାକ୍ତ ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପେଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହ ଜବତ କରିଥିଲା। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି।
ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ଏହାର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ କାର୍ ଓ ବନ୍ଧୁକ ଜବତ କରି ଘଟଣାର ତଦନ୍ତ କରୁଛି। ସାଇଣ୍ଟିଫିକ ଟିମ୍ ପହଞ୍ଚି ତନାଘନା ଜାରି ରଖିଛି।
The post ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି appeared first on Dharitri Odia News.