ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ
ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ ଯୁବକଙ୍କୁ ଗୁଳି ଏବଂ ପରେ ପଥରରେ ଛେତି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡ ଘଟାଇ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ସୂଚନାନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଫେରୁଥିବା ସମୟରେ କିଛି ଦୁବର୍ର୍ ତାଙ୍କ ଉପରକୁ ଅଚାନକ ଗୁଳି ଚଳାଇଥିଲେ। ଟିଟନଙ୍କ […] The post ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ appeared first on Dharitri Odia News.
ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ ଯୁବକଙ୍କୁ ଗୁଳି ଏବଂ ପରେ ପଥରରେ ଛେତି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡ ଘଟାଇ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି।
ସୂଚନାନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଫେରୁଥିବା ସମୟରେ କିଛି ଦୁବର୍ର୍ ତାଙ୍କ ଉପରକୁ ଅଚାନକ ଗୁଳି ଚଳାଇଥିଲେ। ଟିଟନଙ୍କ ଗୋଡ଼ରେ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଖସି ପଡ଼ିଥିଲେ। ଘଟଣାଟି ତାଙ୍କ ଘରଠାରୁ ଅଳ୍ପ ଦୂରରେ ଘଟିଥିବାରୁ ଗୁଳି ଶବ୍ଦ ଶୁଣି ତାଙ୍କ ସ୍ତ୍ରୀ ବାହାରକୁ ଦୌଡ଼ି ଆସିଥିଲେ। ଟିଟନ ଜୀବନ ବିକଳରେ ସେଠାରୁ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ସେଠାରୁ ଘୋଷାଡ଼ି ନେଇ ଅନ୍ୟ ଏକ ସ୍ଥାନରେ ପଥର ଛେଚି ହତ୍ୟା କରିଥିଲେ ଓ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି।
The post ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ appeared first on Dharitri Odia News.