ସ୍ଥଳଭାଗ ଛୁଇଁବା ପରେ ବଦଳିବ ବାତ୍ୟା ‘ଦାନା’ର ଦିଗ; ଏସବୁ ଜିଲା ହେବେ ଅଧିକ ପ୍ରଭାବିତ
ଭୁବନେଶ୍ୱର,୨୪।୧୦: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୀଷଣ ଘୂର୍ଣ୍ଣିଝଡ଼ର ରୂପ ନେଇଛି। ଗତ ୬ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତିକରୁଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାୟୀ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ ପରେ ପଶ୍ଚିମ ଓ ପଶ୍ଚିମଦକ୍ଷିଣ ସାମାନ୍ୟ ମୋଡ଼ ବଦଳାଇପାରେ। ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା […] The post ସ୍ଥଳଭାଗ ଛୁଇଁବା ପରେ ବଦଳିବ ବାତ୍ୟା ‘ଦାନା’ର ଦିଗ; ଏସବୁ ଜିଲା ହେବେ ଅଧିକ ପ୍ରଭାବିତ appeared first on Dharitri Odia News.
ଭୁବନେଶ୍ୱର,୨୪।୧୦: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୀଷଣ ଘୂର୍ଣ୍ଣିଝଡ଼ର ରୂପ ନେଇଛି। ଗତ ୬ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତିକରୁଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାୟୀ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ ପରେ ପଶ୍ଚିମ ଓ ପଶ୍ଚିମଦକ୍ଷିଣ ସାମାନ୍ୟ ମୋଡ଼ ବଦଳାଇପାରେ। ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ, କିନ୍ତୁ ଲ୍ୟାଣ୍ଡଫଲ ଓ ପବନର ବେଗ ନେଇ ପୂର୍ବ ଆକଳନ ଅପରିବର୍ତ୍ତିତ ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସାମୁଦ୍ରିକ ଝଡ଼ ଦାନା ଆଜି ସକାଳ ୪ଟା ସୁଦ୍ଧା ପାରାଦ୍ୱୀପଠାରୁ ଦକ୍ଷିଣ-ପୂର୍ବ ଦିଗରେ ୨୬୦ କିଲୋମିଟର, ଧାମରାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୯୦ କିଲୋମିଟର ଏବଂ ସାଗରଦ୍ୱୀପଠାରୁ ୩୭୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ‘ଦାନା’ ଗୁରୁବାର ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରି ପୁରୀ ଓ ସାଗରଦ୍ୱୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ସାମୁଦ୍ରିକ ଝଡ଼ ଦାନାର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ ଘଣ୍ଟା ଧରି ଚାଲିବ।
ଏହି ସମୟରେ ଅତିପ୍ରବଳ ବର୍ଷା ହେବା ସହିତ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିବ। ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମୟରେ ୧ ମିଟର ଉଚ୍ଚତାର ଜୁଆର ଆସିବାର ସମ୍ଭାବନା ରହିଛି। ସାମୁଦ୍ରିକ ଝଡ଼ ଦାନା ପ୍ରଭାବରେ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ସହ ସ୍ଥଳ ବିଶେଷରେ ଏହା ୧୨୦ କିଲୋମିଟରକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତ୍ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଯାଜପୁର, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, କଟକ ଏବଂ ଜଗତ୍ସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଧାମରା, ପାରାଦ୍ୱୀପ ଏବଂ ପୁରୀରେ ୧୦ନମ୍ବର ବିପଦ ସଙ୍କେତ ଦିଆଯାଇଥିବାବେଳେ ଗୋପାଳପୁର ବନ୍ଦରରେ ୮ ନମ୍ବର ବିପଦ ସଙ୍କେତ ଦିଆଯାଇଛି।
The post ସ୍ଥଳଭାଗ ଛୁଇଁବା ପରେ ବଦଳିବ ବାତ୍ୟା ‘ଦାନା’ର ଦିଗ; ଏସବୁ ଜିଲା ହେବେ ଅଧିକ ପ୍ରଭାବିତ appeared first on Dharitri Odia News.