ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି…
ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି ଅଞ୍ଚଳ ଛୁଇଁଛି ବାତ୍ୟାର ବାହ୍ୟବଳୟ। ଏହା ପ୍ରଭାବରେ ବର୍ଷା ଆରମ୍ଭ ହୋଇ ଯାଇଛି। ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ ବର୍ଷା ସହ ପବନ ଆରମ୍ଭ ହୋଇଛି। ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ […] The post ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି… appeared first on Dharitri Odia News.
ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି ଅଞ୍ଚଳ ଛୁଇଁଛି ବାତ୍ୟାର ବାହ୍ୟବଳୟ। ଏହା ପ୍ରଭାବରେ ବର୍ଷା ଆରମ୍ଭ ହୋଇ ଯାଇଛି। ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ ବର୍ଷା ସହ ପବନ ଆରମ୍ଭ ହୋଇଛି। ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ମାଡି ଆସୁଛି। କ୍ରମେ ଏହାର ଭୀଷଣ ବାତ୍ୟା ରୂପ ନେଇ ଧାମରାରୁ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ପାରାଦୀପ ଠାରୁ ପ୍ରାୟ ୫୦୦ କିମି ଦୂରରେ ରହିଛି ବାତ୍ୟା ଦାନା।
The post ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି… appeared first on Dharitri Odia News.