ସ୍ବାଧିନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନନ୍ଦିଘୋଷ ବ୍ୟୁରୋ: ଆସନ୍ତାକାଲି ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ। ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ... The post ସ୍ବାଧିନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ appeared first on .

ସ୍ବାଧିନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନନ୍ଦିଘୋଷ ବ୍ୟୁରୋ: ଆସନ୍ତାକାଲି ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ। ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିଜ ଅଭିଭାଷଣରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଛନ୍ତି। ଏଥିସହ ଅର୍ଥ, କ୍ରୀଡ଼ା ଓ ଭିତ୍ତିଭୂମି କ୍ଷେତ୍ରରେ ଭାରତ ହାସଲ କରିଥିବା ସଫଳତାକୁ ପ୍ରଶଂସା କରିଛନ୍ତି। ସ୍ୱାଧୀନତା ସଂଗ୍ରାମରେ ଆଦିବାସୀଙ୍କ ଭୂମିକା ସମ୍ପର୍କରେ ମଧ୍ୟ ସୂଚନା ଦେଇଛନ୍ତି ରାଷ୍ଟ୍ରପତି। ଦେଶରେ ପ୍ରଣୟନ କରାଯାଇଥିବା ନୂଆ ଅପରାଧିକ ଆଇନ ସ୍ୱାଧୀନତା ସଂଗ୍ରାମୀଙ୍କୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ବୋଲି ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି। ସେତିଲକ ମାଞ୍ଝି, ବିର୍ସା ମୁଣ୍ଡା, ଲକ୍ଷ୍ମଣ ନାଏକ ଓ ଫୁଲୋ ଝାନୋଙ୍କ ଭଳି ଅନେକ ଆଦିବାସୀ ସ୍ୱାଧୀନତା ସଂଗ୍ରାମରେ ବଳିଦାନ ଦେଇଥିଲେ। ଏବେ ସେମାନଙ୍କୁ ପ୍ରଶଂସା କରାଯାଉଛି। ଆମେ ବିର୍ସା ମୁଣ୍ଡାଙ୍କ ଜନ୍ମ ବାର୍ଷିକକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରୁଛୁ। ଆସନ୍ତା ବର୍ଷ ତାଙ୍କର ୧୫୦ତମ ଜନ୍ମ ଦିନ ପାଳନ କରାଯିବ। ଜି-୨୦ର ସଫଳ ଆୟୋଜନ କରି ବିଶ୍ୱରେ ଭାରତ ପରାକାଷ୍ଠା ଦେଖାଇଛି। ବିବିଧତା ଭିତରେ ଏକତା ରଖି ଆମେ ଆଗକୁ ନିରନ୍ତର ବଢ଼ୁଛୁ। ମହିଳାଙ୍କୁ କେବଳ ସମାନତା ନୁହେଁ ଉପରକୁ ଉଠିବାକୁ ପ୍ରାଥମିକତା ମିଳୁଛି। ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଖେଳାଳିଙ୍କୁ ରାଷ୍ଟ୍ରପତି ମୁର୍ମୁ ପ୍ରଶଂସା କରିଛନ୍ତି। ପ୍ୟାରିସ ଅଲିମ୍ପିକ୍ସରେ ଭାରତ ବେଶ ଭଲ ପ୍ରଦର୍ଶନ କରିଛି। ଟି-୨୦ରେ ଭାରତୀୟ କ୍ରିକେଟ ଦଳ ମଧ୍ୟ ବିଶ୍ୱ ଚାମ୍ପିଅନ ହୋଇଛି। ସବୁ ବର୍ଗର ଖେଳାଳିଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି ରାଷ୍ଟ୍ରପତି।

The post ସ୍ବାଧିନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ appeared first on .