ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic) ଉପକୃତ ହେବେ। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ […] The post ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic) ଉପକୃତ ହେବେ।
ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧିମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି ।
ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି ଏବଂ ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।
The post ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.