ସ୍ମରଣୀୟ ହୋଇ ରହିବେ, ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଦେହାନ୍ତ ଖବର ଜାଣି ମୁଁ ଦୁଃଖିତ। ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ଅବଦାନ ପାଇଁ ସର୍ବଦା ସ୍ମରଣୀୟ ହୋଇରହିବେ। ରମାକାନ୍ତଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଭୁବନେଶ୍ଵର ଖାରବେଳନଗରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ […]

ଭୁବନେଶ୍ଵର: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଦେହାନ୍ତ ଖବର ଜାଣି ମୁଁ ଦୁଃଖିତ। ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ଅବଦାନ ପାଇଁ ସର୍ବଦା ସ୍ମରଣୀୟ ହୋଇରହିବେ। ରମାକାନ୍ତଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଭୁବନେଶ୍ଵର ଖାରବେଳନଗରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ହେବା ନେଇ ସୂଚନା ମିଳିଛି।