ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କଲେ ମୋହନ ସରକାର
ଭୁବନେଶ୍ଵର: ରାଜ୍ୟର ସମସ୍ତ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ ପାଇଁ ନିଷ୍ପତ୍ତି ନେଲେ ସରକାର । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଦ୍ବାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି । ତତକାଳୀନ ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଏବଂ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ(ଏସଡିସି) ଗଠନ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି । ବିଜେଡି ସରକାର ୨୦୧୭ ମସିହାରେ ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ। ଏହାର ଅଧ୍ୟକ୍ଷ ଓ ସଦସ୍ୟ ପଦବିରେ ବିଜେଡିର ନେତାମାନଙ୍କୁ ଥଇଥାନ କରିଥିଲେ। ପରବର୍ତ୍ତୀ ସମୟରେ ୨୦୨୩ ମେ’ ମାସରେ
ଭୁବନେଶ୍ଵର: ରାଜ୍ୟର ସମସ୍ତ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ ପାଇଁ ନିଷ୍ପତ୍ତି ନେଲେ ସରକାର । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଦ୍ବାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି । ତତକାଳୀନ ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଏବଂ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ(ଏସଡିସି) ଗଠନ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି ।
ବିଜେଡି ସରକାର ୨୦୧୭ ମସିହାରେ ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ। ଏହାର ଅଧ୍ୟକ୍ଷ ଓ ସଦସ୍ୟ ପଦବିରେ ବିଜେଡିର ନେତାମାନଙ୍କୁ ଥଇଥାନ କରିଥିଲେ। ପରବର୍ତ୍ତୀ ସମୟରେ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ ଏହି ପରିଷଦ ଗଠନ କରିଥିଲେ। ଏହି ପରିଷଦ ଗଠନ କରି ନିର୍ବାଚନରେ ପରାଜିତ ଓ ବରିଷ୍ଠ ନେତାଙ୍କୁ ଗୋଟିଏ ବଡ଼ ପଦବିର ଦାୟିତ୍ଵ ଦେଉଥିଲେ।