ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି
ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ ଊଦ୍ଧର୍ବ ଲୋକଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ଥିବା ବେଳେ ଡାକ୍ତରଖାନା ପକ୍ଷରୁ ଚିକିତ୍ସା ଜାରି ରହିଛି। ତେବେ ଘଟଣାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍ […] The post ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି appeared first on Dharitri Odia News.
ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।
ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ ଊଦ୍ଧର୍ବ ଲୋକଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ଥିବା ବେଳେ ଡାକ୍ତରଖାନା ପକ୍ଷରୁ ଚିକିତ୍ସା ଜାରି ରହିଛି। ତେବେ ଘଟଣାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍ ଗ୍ରାମକୁ ଯାଇ ସ୍ଥିତି ପରଖିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ ପ୍ରକାଶ କରିଛନ୍ତି।
The post ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି appeared first on Dharitri Odia News.