ହକି ଖେଳାଳିଙ୍କ ସହ ଫୋନ୍ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ
ଭୁବନେଶ୍ୱର,୯ା୮: ପ୍ୟାରିସ୍ ଅଲିମ୍ପିକ୍ସରେ ସ୍ପେନ୍ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ସମସ୍ତ ଖେଳାଳିଙ୍କ ସହ ଫୋନ୍ରେ କଥା ହୋଇଛି। ଏହି ବ୍ରୋଞ୍ଜ ପଦକ ବର୍ଷବର୍ଷ ଧରି ହକି ପ୍ରତି ଆମର ଉତ୍ସର୍ଗୀକୃତ ମନୋଭାବର ପ୍ରତିଫଳନ ଅଟେ। କ୍ରମାଗତ ଦ୍ୱିତୀୟ […] The post ହକି ଖେଳାଳିଙ୍କ ସହ ଫୋନ୍ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ appeared first on Dharitri Odia News.
ଭୁବନେଶ୍ୱର,୯ା୮: ପ୍ୟାରିସ୍ ଅଲିମ୍ପିକ୍ସରେ ସ୍ପେନ୍ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ସମସ୍ତ ଖେଳାଳିଙ୍କ ସହ ଫୋନ୍ରେ କଥା ହୋଇଛି। ଏହି ବ୍ରୋଞ୍ଜ ପଦକ ବର୍ଷବର୍ଷ ଧରି ହକି ପ୍ରତି ଆମର ଉତ୍ସର୍ଗୀକୃତ ମନୋଭାବର ପ୍ରତିଫଳନ ଅଟେ।
କ୍ରମାଗତ ଦ୍ୱିତୀୟ ଥର ଅଲିମ୍ପିକରେ ବ୍ରୋଞ୍ଜ ପଦକ ହାସଲ କରିଥିବା ଭାରତୀୟ ହକି ଦଳର ଅଧିନାୟକ ଓ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ସହ ଫୋନ ମାଧ୍ୟମରେ କଥା ହୋଇ ଶୁଭେଚ୍ଛା ଜଣାଇବା ସହ ଉଜ୍ଜଳ ଭବିଷ୍ୟତ କାମନା କଲି I #ParisOlympics2024 pic.twitter.com/5GMHZDefx0
— Mohan Charan Majhi (@MohanMOdisha) August 8, 2024
ପ୍ରତ୍ୟେକ ଓଡ଼ିଶାବାସୀ ଏହି ସଫଳତାରେ ଗର୍ବିତ। ହକି ଖେଳାଳିମାନେ ଆମ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେମାନଙ୍କୁ ଶୀଘ୍ର ଓଡ଼ିଶା ଆସିବାକୁ ମୁଁ ନିମନ୍ତ୍ରଣ କରିଛି। ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତୀୟ ହକି ଦଳ ନିଜର କ୍ରୀଡ଼ା ନୈପୁଣ୍ୟ ଦ୍ବାରା ଦେଶର ସମଗ୍ର ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଓଡ଼ିଆ ଖେଳାଳି ଅମିତ୍ ରୋହିଦାସଙ୍କୁ ୪ କୋଟି ଟଙ୍କାର ସତନ୍ତ୍ର ପୁରସ୍କାର ମଧ୍ୟ ଘୋଷଣା କରିଛନ୍ତି। ଯାହାକି ଓଡ଼ିଶାର ଅସଂଖ୍ୟ କ୍ରୀଡ଼ାବିତଙ୍କୁ ଏହି ସଫଳତା ଉତ୍ସାହିତ କରିବ।
The post ହକି ଖେଳାଳିଙ୍କ ସହ ଫୋନ୍ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ appeared first on Dharitri Odia News.