ହଠାତ୍ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି
ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୭ ଛକା ମାରିଥିଲେ। ଜୟସ୍ବାଲଙ୍କ ଚମତ୍କାର ଶତକ ଆଧାରରେ ରାଜସ୍ଥାନ ରୟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ସହଜରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୭୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରାଜସ୍ଥାନ ରୟାଲ୍ସ ୧୮.୪ […] The post ହଠାତ୍ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି appeared first on Dharitri Odia News.
ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୭ ଛକା ମାରିଥିଲେ। ଜୟସ୍ବାଲଙ୍କ ଚମତ୍କାର ଶତକ ଆଧାରରେ ରାଜସ୍ଥାନ ରୟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ସହଜରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୭୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରାଜସ୍ଥାନ ରୟାଲ୍ସ ୧୮.୪ ଓଭରରେ ଗୋଟିଏ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଏହିପରି ଭାବରେ ସଞ୍ଜୁ ସାମସନଙ୍କ ଦଳ ସିଜନର ସପ୍ତମ ବିଜୟ ହାସଲ କଲା।
ତେବେ ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ବନାମ ରାଜସ୍ଥାନ ରୟାଲ୍ସ ମ୍ୟାଚର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଜୟସ୍ବାଲଙ୍କ ଶତକ ପରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ରୋହିତ ଶର୍ମା ଏହି ଯୁବ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କରିଥିଲେ। ଏହି ସମୟ ମଧ୍ୟରେ ଉଭୟ ଖେଳାଳିଙ୍କ ମୁହଁରେ ହସ ଥିଲା। ରୋହିତ ଶର୍ମା ଜୟସ୍ବାଲଙ୍କୁ ଆଲିଙ୍ଗନ କରିବା ପରେ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆରେ ଏହି ଭାଇରାଲ ହେବାରେ ଲାଗିଛି।
The post ହଠାତ୍ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି appeared first on Dharitri Odia News.