ହଠାତ୍ ବିଗିଡିଲା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୧।୨: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଗୁରୁବାର ରାତିରେ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍ ଅଛି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି ଏବଂ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ। ସାର ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ପକ୍ଷରୁ କୁହାଯାଇଛି ଯେ, ପେଟ ସମ୍ବନ୍ଧୀୟ କିଛି ସମସ୍ୟା ଯୋଗୁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତାଙ୍କର ନିୟମିତ […] The post ହଠାତ୍ ବିଗିଡିଲା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି appeared first on Dharitri Odia News.
ନୂଆଦିଲ୍ଲୀ,୨୧।୨: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଗୁରୁବାର ରାତିରେ ତାଙ୍କୁ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍ ଅଛି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି ଏବଂ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇପାରେ।
ସାର ଗଙ୍ଗା ରାମ ହସ୍ପିଟାଲର ପରିଚାଳନା ପକ୍ଷରୁ କୁହାଯାଇଛି ଯେ, ପେଟ ସମ୍ବନ୍ଧୀୟ କିଛି ସମସ୍ୟା ଯୋଗୁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତାଙ୍କର ନିୟମିତ ଚେକଅପ କରାଯାଇଥିଲା, ତଥାପି ଚିନ୍ତା କରିବାର କିଛି ନାହିଁ ଏବଂ ଶୁକ୍ରବାର ସକାଳ ସୁଦ୍ଧା ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ସେ ଡାକ୍ତର ସମିରନ ନନ୍ଦୀଙ୍କ ତତ୍ତ୍ୱାବଧାନରେ ଅଛନ୍ତି।
The post ହଠାତ୍ ବିଗିଡିଲା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି appeared first on Dharitri Odia News.