ହନୁମାନ ଜୟନ୍ତୀ : ଆଜିଠୁ କୁସ୍ତି ଓ ବ୍ୟାୟାମ ପ୍ରଶିକ୍ଷଣର ଶୁଭାରମ୍ଭ, ଜାଗା ଆଖଡ଼ାରେ ପୂଜାର୍ଚ୍ଚନା

ପୁରୀ ୧୪।୦୪ : ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀର ବିଶେଷ ମହତ୍ୱ ରହିଛି। ସହରରେ ଥିବା ପାରମ୍ପରିକ ଜାଗା ଆଖଡ଼ାରେ ହନୁମାନ ଇଷ୍ଟଦେବ ରୂପେ ପୂଜା ପାଉଥିବାରୁ ଏଠାରେ ହନୁମାନ ଜୟନ୍ତୀକୁ ବେଶ୍ ଆଗ୍ରହ ଉତ୍ସାହର ସହ ପାଳନ କରାଯାଉଛି। ଜାଗା ଆଖଡ଼ାରେ ମଲ୍ଲଯୋଦ୍ଧା ଓ କସରତ କରୁଥିବା ଯୁବକମାନେ ଆଜିଠାରୁ କୁସ୍ତି ଓ ବ୍ୟାୟାମ ପ୍ରଶିକ୍ଷଣର ଶୁଭାରମ୍ଭ କରିଛନ୍ତି। ତେବେ ଆଜିର ଦିନରେ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ପଣା ଓ ଛତୁଆ ଭୋଗର ପରମ୍ପରା ମଧ୍ୟ ରହିଛି। ଜାଗା ଆଖଡ଼ା ଗୁଡ଼ିକରେ କ୍ଷୀର, ଖୁଆ, ରାବିଡ଼ି ଓ ସର ମିଶ୍ରିତ ପଣା ସହ ଛତୁଆକୁ ଭୋଗ କରାଯାଇ ସମସ୍ତଙ୍କୁ ବଣ୍ଟନ କରାଯାଏ। ସେହିପରି ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଦୋଳ ପୂର୍ଣ୍ଣିମାରେ ନୂତନ ପଞ୍ଜିକା ମହାପ୍ରଭୁଙ୍କ ଠାରେ ପୂଜା ପାଇଁ ଲାଗି ହୋଇଥିଲା। ତେଣୁ ନୂତନ ପଞ୍ଜିକା ଅନୁଯାୟୀ ଆଜିଠାରୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ସମେତ ବିଭିନ୍ନ ମାଙ୍ଗଳିକ କାର୍ଯ୍ୟ ନେଇ ଧାର୍ଯ୍ୟ ହୋଇଥିବା ଦିବସ ଅନୁଯାୟୀ ସବୁ ସାମାଜିକ କାର୍ଯ୍ୟ ହୋଇଥାଏ।   

ହନୁମାନ ଜୟନ୍ତୀ : ଆଜିଠୁ କୁସ୍ତି ଓ ବ୍ୟାୟାମ ପ୍ରଶିକ୍ଷଣର ଶୁଭାରମ୍ଭ, ଜାଗା ଆଖଡ଼ାରେ ପୂଜାର୍ଚ୍ଚନା

ପୁରୀ ୧୪।୦୪ : ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀର ବିଶେଷ ମହତ୍ୱ ରହିଛି। ସହରରେ ଥିବା ପାରମ୍ପରିକ ଜାଗା ଆଖଡ଼ାରେ ହନୁମାନ ଇଷ୍ଟଦେବ ରୂପେ ପୂଜା ପାଉଥିବାରୁ ଏଠାରେ ହନୁମାନ ଜୟନ୍ତୀକୁ ବେଶ୍ ଆଗ୍ରହ ଉତ୍ସାହର ସହ ପାଳନ କରାଯାଉଛି। 

ଜାଗା ଆଖଡ଼ାରେ ମଲ୍ଲଯୋଦ୍ଧା ଓ କସରତ କରୁଥିବା ଯୁବକମାନେ ଆଜିଠାରୁ କୁସ୍ତି ଓ ବ୍ୟାୟାମ ପ୍ରଶିକ୍ଷଣର ଶୁଭାରମ୍ଭ କରିଛନ୍ତି। ତେବେ ଆଜିର ଦିନରେ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ପଣା ଓ ଛତୁଆ ଭୋଗର ପରମ୍ପରା ମଧ୍ୟ ରହିଛି। ଜାଗା ଆଖଡ଼ା ଗୁଡ଼ିକରେ କ୍ଷୀର, ଖୁଆ, ରାବିଡ଼ି ଓ ସର ମିଶ୍ରିତ ପଣା ସହ ଛତୁଆକୁ ଭୋଗ କରାଯାଇ ସମସ୍ତଙ୍କୁ ବଣ୍ଟନ କରାଯାଏ। 

ସେହିପରି ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଦୋଳ ପୂର୍ଣ୍ଣିମାରେ ନୂତନ ପଞ୍ଜିକା ମହାପ୍ରଭୁଙ୍କ ଠାରେ ପୂଜା ପାଇଁ ଲାଗି ହୋଇଥିଲା। ତେଣୁ ନୂତନ ପଞ୍ଜିକା ଅନୁଯାୟୀ ଆଜିଠାରୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ସମେତ ବିଭିନ୍ନ ମାଙ୍ଗଳିକ କାର୍ଯ୍ୟ ନେଇ ଧାର୍ଯ୍ୟ ହୋଇଥିବା ଦିବସ ଅନୁଯାୟୀ ସବୁ ସାମାଜିକ କାର୍ଯ୍ୟ ହୋଇଥାଏ।