ହବିଷ୍ୟାଳୀ ମା’ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ନେଲେ ଆଶୀର୍ବାଦ
ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି । ପ୍ରାୟ ୩ ହଜାର ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ । ଏସବୁ ପ୍ରଦାନ କରି […] The post ହବିଷ୍ୟାଳୀ ମା’ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ନେଲେ ଆଶୀର୍ବାଦ appeared first on KNews Odisha.

ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି । ପ୍ରାୟ ୩ ହଜାର ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ ।
ଏସବୁ ପ୍ରଦାନ କରି ଏହା ମୋ ନିଜର ମା’ଙ୍କୁ ଦେବା ପରି ଅନୁଭବ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ହବିଷ୍ୟାଳୀ ମା’ ମାନଙ୍କ ଅସୁବିଧାର ସମାଧାନ ପାଇଁ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଡାକ୍ତର ବ୍ୟବସ୍ଥା ମଧ୍ୟ କରାଯାଇଛି ।
The post ହବିଷ୍ୟାଳୀ ମା’ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ନେଲେ ଆଶୀର୍ବାଦ appeared first on KNews Odisha.