ହରିୟାଣାରେ ସାଇନି ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଚଣ୍ଡିଗଡ଼,୧୭ା୧୦: ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ନାଏବ ସିଂ ସାଇନି। ସେ ଆଜି କ୍ରମାଗତ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସାଇନଙ୍କୁ ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିଥିବାବେଳେ ଭାଜପା ସଭାପତି ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା […] The post ହରିୟାଣାରେ ସାଇନି ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ appeared first on Dharitri Odia News.
ଚଣ୍ଡିଗଡ଼,୧୭ା୧୦: ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ନାଏବ ସିଂ ସାଇନି। ସେ ଆଜି କ୍ରମାଗତ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସାଇନଙ୍କୁ ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ଶପଥ ପାଠ କରାଇଛନ୍ତି।
ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିଥିବାବେଳେ ଭାଜପା ସଭାପତି ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ସାମିଲ ଅଛନ୍ତି। ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।
The post ହରିୟାଣାରେ ସାଇନି ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ appeared first on Dharitri Odia News.