ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ,୨୭।୬: ବରିଷ୍ଠ ଭାଜପା ନେତା ତଥା ଭାରତ ରତ୍ନ ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବାରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି। ସୂଚନା ଯୋଗ୍ୟ, ବୁଧବାର ରାତିରେ ଆଡଭାନୀ ଅସୁସ୍ଥ ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ […] The post ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ appeared first on Dharitri Odia News.

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ,୨୭।୬: ବରିଷ୍ଠ ଭାଜପା ନେତା ତଥା ଭାରତ ରତ୍ନ ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବାରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ବୁଧବାର ରାତିରେ ଆଡଭାନୀ ଅସୁସ୍ଥ ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ(ଏମ୍ସ)ରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଏମ୍ସର ଜେରାଟ୍ରିକ ବିଭାଗର ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ଅବଗତ କରାଯାଇଛି।

The post ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ appeared first on Dharitri Odia News.