ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ
ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର […] The post ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ appeared first on Dharitri Odia News.
ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଛନ୍ତି। ଏହାସହ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିଛନ୍ତି।
The post ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ appeared first on Dharitri Odia News.