ହସ୍ପିଟାଲରେ ସମୀର ଦେଙ୍କୁ ଭେଟି ସ୍ଵାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେଙ୍କୁ ଭେଟି ତାଙ୍କ ସ୍ଵାସ୍ଥ୍ୟ ଅବସ୍ଥା ବୁଝିବା ପାଇଁ କଟକର ଏକ ଘରୋଇ dharmendra pradhan ପହଁଚିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅସୁସ୍ଥତା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ସମୀର ଦେ । ସୂଚନା ଅନୁଯାୟୀ, କିଛିଦିନ ତଳେ ହଠାତ୍ ସମୀର ଦେ ଅସୁସ୍ଥ ହୋଇପଡ଼ିବା କାରଣରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବିଜେପି […] The post ହସ୍ପିଟାଲରେ ସମୀର ଦେଙ୍କୁ ଭେଟି ସ୍ଵାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on KNews Odisha.

ହସ୍ପିଟାଲରେ ସମୀର ଦେଙ୍କୁ ଭେଟି ସ୍ଵାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
dharmendra

କଟକ : ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେଙ୍କୁ ଭେଟି ତାଙ୍କ ସ୍ଵାସ୍ଥ୍ୟ ଅବସ୍ଥା ବୁଝିବା ପାଇଁ କଟକର ଏକ ଘରୋଇ dharmendra pradhan ପହଁଚିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅସୁସ୍ଥତା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ସମୀର ଦେ । ସୂଚନା ଅନୁଯାୟୀ, କିଛିଦିନ ତଳେ ହଠାତ୍ ସମୀର ଦେ ଅସୁସ୍ଥ ହୋଇପଡ଼ିବା କାରଣରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ବିଜେପି ଟିକେଟରେ କଟକ ବାରବାଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ ସମୀର । ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ । ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ ।  ସେହିପରି ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ ।

The post ହସ୍ପିଟାଲରେ ସମୀର ଦେଙ୍କୁ ଭେଟି ସ୍ଵାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on KNews Odisha.