ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଜ୍ୟପାଳ ହରିବାବୁ କମ୍ଭମପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ପୂର୍ବାହ୍ନ ୧୦ଟାରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ହାଇକୋର୍ଟର ସମସ୍ତ ବିଚାରପତି, ଆଡ଼ଭୋକେଟ ଜେନେରାଲ, ବିଭାଗୀୟ ମନ୍ତ୍ରୀ, ସଚିବଙ୍କ ସମେତ ବରିଷ୍ଠ ଆଇନଜୀବୀ, ଅବସରପ୍ରାପ୍ତ ବିଚାରପତି ଉପସ୍ଥିତ ରହିଥିଲେ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି […]

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ
Justice Harish Tandon takes oath as Chief Justice of Orissa High Court

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଜ୍ୟପାଳ ହରିବାବୁ କମ୍ଭମପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ପୂର୍ବାହ୍ନ ୧୦ଟାରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ହାଇକୋର୍ଟର ସମସ୍ତ ବିଚାରପତି, ଆଡ଼ଭୋକେଟ ଜେନେରାଲ, ବିଭାଗୀୟ ମନ୍ତ୍ରୀ, ସଚିବଙ୍କ ସମେତ ବରିଷ୍ଠ ଆଇନଜୀବୀ, ଅବସରପ୍ରାପ୍ତ ବିଚାରପତି ଉପସ୍ଥିତ ରହିଥିଲେ।

ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ଭାବରେ ନିକଟରେ ନିଯୁକ୍ତ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ । ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମ୍ ବୈଠକରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ୍ ଟଣ୍ଡନଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତ ଗ୍ରହଣ କରାଯାଇଥିଲା ।

ଜଷ୍ଟିସ୍ ଟଣ୍ଡନ ୧୯୬୪ ନଭେମ୍ବର ୧୬ରେ ଜନ୍ମଗ୍ରହଣ କରିଥିଲେ । କଲିକତା ବିଶ୍ଵବିଦ୍ୟାଳୟରୁ ୧୯୮୯ରେ LLB ଡିଗ୍ରି ହାସଲ କରିବା ପରେ ୧୯୮୯ ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ । ସେ କଲିକତା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ସିଟି ସିଭିଲ୍ କୋର୍ଟ, ଡିଆରଟି ଓ ସୁପ୍ରିମକୋର୍ଟ ମଧ୍ୟ ଆଇନଜୀବୀ ଭାବେ ମାମଲା ପରିଚାଳନା କରିଥିଲେ । ଜଣେ ଦକ୍ଷ ତଥା ସୁନାମ ଅର୍ଜନ କରିଥିବା ଆଇନଜୀବୀ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୧୦ ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା ।