ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ ଏହାର ଆଖପାଖ ଅଞ୍ଚଳରେ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଗତ କିଛିଦିନ ହେବ ବ୍ଲକରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଲୋକେ ଅପରାହ୍ନ ୪ଟାରୁ ପରଦିନ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରୁ ନାହାନ୍ତି। ଶୀତବସ୍ତ୍ର କାମରେ ଆସୁ ନ ଥିବା ବେଳେ ବୃଦ୍ଧାବୃଦ୍ଧମାନେ ନିଆଁ ପାଖରେ ବସୁଥିବା […] The post ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର appeared first on Dharitri Odia News.

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ ଏହାର ଆଖପାଖ ଅଞ୍ଚଳରେ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଗତ କିଛିଦିନ ହେବ ବ୍ଲକରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଲୋକେ ଅପରାହ୍ନ ୪ଟାରୁ ପରଦିନ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରୁ ନାହାନ୍ତି। ଶୀତବସ୍ତ୍ର କାମରେ ଆସୁ ନ ଥିବା ବେଳେ ବୃଦ୍ଧାବୃଦ୍ଧମାନେ ନିଆଁ ପାଖରେ ବସୁଥିବା ଦେଖାଯାଇଛି। ସଞ୍ଜ ନଇଁଲେ ଉକ୍ତ ଅଞ୍ଚଳ ଜନଶୁନ୍ୟ ହେବା ସହ ରାସ୍ତାଘାଟ ଖାଁ ଖାଁ ଲାଗୁଛି। ସକାଳୁ କୁହୁଡି ଜନଜୀବନ ପ୍ରଭାବିତ କରୁଛି। ଆଗାମୀ ଦିନରେ ପାରଦ ଆହୁରି ତଳକୁ ଖସିବା ସହ ଜାଡ଼ ବଢିବା ନେଇ ଆଶା କରାଯାଉଛି।

The post ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର appeared first on Dharitri Odia News.