ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ରୂପାରନ୍ତରୀକରଣ କଲେ ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୧୭ା୨(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ କରିଛନ୍ତି। ସ୍କୁଲ ରୂପାନ୍ତୀକରଣ ଭଳି ହସ୍ପିଟାଲ ରୂପାନ୍ତରୀକରଣ ମଧ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରାଜ୍ୟରେ ଶୁଭାରମ୍ଭ ହୋଇଛି ବୋଲି ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ଏଥିସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍ ସେଣ୍ଟରକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରି ଏହା ଲୋକମାନଙ୍କୁ […] The post ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ରୂପାରନ୍ତରୀକରଣ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ହିଞ୍ଜିଳିକାଟୁ,୧୭ା୨(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ କରିଛନ୍ତି। ସ୍କୁଲ ରୂପାନ୍ତୀକରଣ ଭଳି ହସ୍ପିଟାଲ ରୂପାନ୍ତରୀକରଣ ମଧ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରାଜ୍ୟରେ ଶୁଭାରମ୍ଭ ହୋଇଛି ବୋଲି ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ଏଥିସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍ ସେଣ୍ଟରକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରି ଏହା ଲୋକମାନଙ୍କୁ ଗୁଣାତ୍ମକ ଚିକିତ୍ସା ସୁବିଧା ମିଳିବ ବୋଲି କହିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କ ଉଦ୍ୟମକୁ ଉଚ୍ଚ ପ୍ରଶଂସା କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପୌରାଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ଓଏଚ୍ଆର୍ଡିସି ଅଧ୍ୟକ୍ଷ ଡି. ବିଶ୍ବନାଥ, ରାଜ୍ୟ କୃଷି ବିପଣନ ବୋର୍ଡ ପରାମର୍ଶଦାତା ସୁରେନ୍ଦ୍ର ପ୍ରଧାନ, ଗ୍ରୀଟ୍ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ସମେତ ବ୍ଲକ ଓ ପୌର ପରିଷଦର ନିର୍ବାଚିତ ପ୍ରତିନିଧି, ଏସ୍ଏଚ୍ଜି ମହିଳା ଗୋଷ୍ଠୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ସୁବ୍ରତ କୁମାର ଜେନା, ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଡା ପ୍ରତିଭା ପାତ୍ର, ଡା ଦୁର୍ଗା ପ୍ରସାଦ ପଣ୍ଡା, ଡା ମାଧବ ଚନ୍ଦ୍ର ସାହୁଙ୍କ ସହ ହିଞ୍ଜିଳିକାଟୁ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
The post ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ରୂପାରନ୍ତରୀକରଣ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.