ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି। ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି ମୁଖ୍ୟମନ୍ତ୍ରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ପରେ ସେ ତାରାତାରିଣୀଙ୍କ ଦର୍ଶନ କରିବେ […] The post ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Dharitri Odia News.
ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି।
ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି ମୁଖ୍ୟମନ୍ତ୍ରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ପରେ ସେ ତାରାତାରିଣୀଙ୍କ ଦର୍ଶନ କରିବେ ଏବଂ ପ୍ରାର୍ଥିପତ୍ର ଦାଖଲ ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବେ।
The post ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Dharitri Odia News.