ହିତାହିତ ଜ୍ଞାନ ହରାଇ ମୁଖ୍ୟମନ୍ତ୍ରୀ ପିନ୍ଧିଥିବା ସମ୍ବଲପୁରୀ ଲୁଙ୍ଗିକୁ ସମାଲୋଚନା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନ ମଇଦାନକୁ ଓହ୍ଲାଇ ନାହାନ୍ତି, କିନ୍ତୁ ଏହା ପୂର୍ବରୁ ବିରୋଧୀ ଶିବିରରେ ଛନକା ପଶିଗଲାଣି। ଗତକାଲି ନବୀନ ପଟ୍ଟନାୟକଙ୍କ ଯୋଡି ଶଙ୍ଖ ଭିଡିଓ ଦେଖି ବିରୋଧୀ ନେତାଙ୍କ ରାତିର ନିଦ ହଜିଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ, ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା। ୨୪ ଘଣ୍ଟାରୁ କମ୍‌ ସମୟରେ ୪ ନିୟୁତ ଲୋକ ଏହି ଭିଡିଓ ଦେଖିସାରିଲେଣି। ମୁଖ୍ୟମନ୍ତ୍ରୀଙ୍କ ଏହି ଲୋକପ୍ରିୟତା […]

ହିତାହିତ ଜ୍ଞାନ ହରାଇ ମୁଖ୍ୟମନ୍ତ୍ରୀ ପିନ୍ଧିଥିବା ସମ୍ବଲପୁରୀ ଲୁଙ୍ଗିକୁ ସମାଲୋଚନା କଲେ ଧର୍ମେନ୍ଦ୍ର
naveen's Jodi Sankha video has disturbed Dharmendra's sleep

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନ ମଇଦାନକୁ ଓହ୍ଲାଇ ନାହାନ୍ତି, କିନ୍ତୁ ଏହା ପୂର୍ବରୁ ବିରୋଧୀ ଶିବିରରେ ଛନକା ପଶିଗଲାଣି। ଗତକାଲି ନବୀନ ପଟ୍ଟନାୟକଙ୍କ ଯୋଡି ଶଙ୍ଖ ଭିଡିଓ ଦେଖି ବିରୋଧୀ ନେତାଙ୍କ ରାତିର ନିଦ ହଜିଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ, ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା। ୨୪ ଘଣ୍ଟାରୁ କମ୍‌ ସମୟରେ ୪ ନିୟୁତ ଲୋକ ଏହି ଭିଡିଓ ଦେଖିସାରିଲେଣି। ମୁଖ୍ୟମନ୍ତ୍ରୀଙ୍କ ଏହି ଲୋକପ୍ରିୟତା ହିଁ ବିରୋଧୀ ଦଳର ନେତା ଖାସ୍‌ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇର୍ଷାନ୍ୱିତ କରିଦେଇଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର।

ଆଜି ଶଙ୍ଖ ଭବନରେ ଗଣମାଧ୍ୟମକୁ ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର କହିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କଣ କହୁଛନ୍ତି ଆଉ କଣ କରୁଛନ୍ତି ତାହା ଜାଣିପାରୁନାହାନ୍ତି। ଇର୍ଷା ଏବଂ କ୍ରୋଧରେ ନିଜର ହିତାହିତ ଜ୍ଞାନ ହରାଇ ସେ ମୁଖ୍ୟମନ୍ତ୍ରୀ ପିନ୍ଧିଥିବା ସମ୍ବଲପୁରୀ ଲୁଙ୍ଗିକୁ ସମାଲୋଚନା କରିଛନ୍ତି। ଏଭଳି କରି ସେ ଓଡିଶାର ପରମ୍ପରା ଓ ସଂସ୍କୃତିକୁ ଅପମାନିତ କରିଛନ୍ତି। ଲକ୍ଷ ଲକ୍ଷ ବୁଣାକାର, ଯେଉଁମାନେ ଏହାକୁ ତିଆରି କରିଛନ୍ତି, ଓଡିଶାର ଲକ୍ଷ ଲକ୍ଷ ଲୋକ ଯେଉଁମାନେ ଏହାକୁ ପିନ୍ଧୁଛନ୍ତି, ସେମାନଙ୍କୁ ଅପମାନିତ କରିଛନ୍ତି। ରାଜ୍ୟରେ ବୁଣାକାର ମାନଙ୍କର ଏକ ସଶକ୍ତ ଅର୍ଥନୀତି ରହିଛି, ସେମାନଙ୍କର ଉତ୍ପାଦ ବେଶ୍‌ ଲୋକପ୍ରିୟ ଯାହାର ବେଶ୍‌ ଚାହିଦା ମଧ୍ୟ ରହିଛି। ଏହି ସଶକ୍ତ ଅର୍ଥନୀତି ଉପରେ ଆଘାତ୍‌ ଦେବାକୁ ଶ୍ରୀଯୁକ୍ତ ପ୍ରଧାନ ଉଦ୍ୟମ କରିଛନ୍ତି। ସାରା ଓଡିଶାରେ ଖାସ୍‌ କରି ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଲୋକ ଆଜି ବି ଲୁଙ୍ଗି ପିନ୍ଧନ୍ତି। ସେହି ଲୁଙ୍ଗିକୁ ଓଡିଶାର ବୁଣାକାର ମାନେ ତିଆରି କରନ୍ତି।

ମୁଖ୍ୟମନ୍ତ୍ରୀ ଯେଉଁ ଲୁଙ୍ଗି ପିନ୍ଧିଥିଲେ ତାହା ହେଉଛି ସମ୍ବଲପୁରୀ ଲୁଙ୍ଗି। ଯାହା ପଛରେ ଅନେକ ବୁଣାକାରଙ୍କ ପରିଶ୍ରମ ଥିଲା। ଶ୍ରୀଯୁକ୍ତ ପ୍ରଧାନ ଓଡିଶା ବାହାରେ ବହୁ ବର୍ଷ ଧରି ରହିଛନ୍ତି। ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶରେ ଅନେକ ସମୟ ତାଙ୍କର କଟିଛି। ସେଥିପାଇଁ ଓଡିଶାର ପରମ୍ପରା, ସଂସ୍କୃତି ଏବଂ ଅର୍ଥନୀତିକୁ ବୁଣାକାର ଭାଇ ଭଉଣୀଙ୍କ ଅବଦାନକୁ ସେ ଭୂଲି ଯାଇଛନ୍ତି। ଶ୍ରୀଯୁକ୍ତ ପ୍ରଧାନ ଲକ୍ଷ ଲକ୍ଷ ବୁଣାକାରଙ୍କ ପାଖରେ, ଓଡିଶାବାସୀଙ୍କ ପାଖରେ ଖାସ୍‌ କରି ସମ୍ବଲପୁରବାସୀଙ୍କ ପାଖରେ ସେମାନଙ୍କର ପରମ୍ପରାକୁ ଅପମାନିତ କରିଥିବାରୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ମୁଖପାତ୍ର ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର କହିଛନ୍ତି।