ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବନି, ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଲି।’ ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, […] The post ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’ appeared first on Dharitri Odia News.

ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବନି, ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଲି।’

ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଭାଇକୁ କହିଛି ଥାନାରେ ଯାଇ ବସିବାକୁ, ଦୋଷୀ ଥିଲେ କାର୍ଯ୍ୟାନୁଷ୍ଠାନ ହେଉ।’

ଘଟଣା ଅନୁଯାୟୀ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।

ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲି। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା, ଏତିକି ବେଳେ କିଛି ଲୋକ ମୋ ଆଡ଼କୁ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ୍‌, ଠେଙ୍ଗା ଥିଲା।

ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ୍‌ ଛିଡ଼ାଇ ନେଇଛନ୍ତି। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ୍‌ କହି ନାରା ଦେଇଥିଲେ।

The post ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’ appeared first on Dharitri Odia News.