ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍
ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିର ଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାରର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ ଦୀର୍ଘ ୪ମାସ ହେବ ଘରୋଇ […] The post ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ appeared first on Dharitri Odia News.
ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିର ଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାରର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ ଦୀର୍ଘ ୪ମାସ ହେବ ଘରୋଇ ଯାତ୍ରୀ ବାହୀ ବସ କ୍ରିଷ୍ଣା ନଂ. ଓଆର-୧୮-ବି-୧୦୩୪ ଟି ରୁଟରେ ନଯାଇ ପଣସପଡି ଯିବା ରାସ୍ତା କଡ଼ରେ ଠିଆ ହୋଇ ରହିଥିଲା । ତେବେ ଦୀର୍ଘ ଦିନ ଧରି ରାସ୍ତା କଡରେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା ସେନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ସେପଟେ କେଉଁ କାରଣରୁ ବସରେ ନିଆଁ ଲାଗିଲା ସେନେଇ ବାଲିଗୁଡ଼ା ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।
The post ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ appeared first on Dharitri Odia News.