ହୋଟେଲ ମ୍ୟାନେଜମେଣ୍ଟର ନୂତନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ (ଏସ୍‌ଏଚ୍‌ଏମ୍‌)ରେ ଗୁରୁବାର  ନୂତନ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ  ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରର ନିର୍ଦ୍ଦେଶକ ଶ୍ରୀ ପ୍ରସନ୍ନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ତାଜ୍ ବିଭାନ୍ତ ହୋଟେଲର ଜେନେରାଲ ମ୍ୟାନେଜର ଶ୍ରୀ ଆଶୀର୍ବାଦ ପ୍ରହରାଜ ଓ ଭୁବନେଶ୍ୱର ସ୍ଥିତ ସୈନିକ ସ୍ମୁଲ ପ୍ରିନ୍ସିପାଲ୍ କର୍ଣ୍ଣେଲ୍ ବାଲୁଭରତ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ସ୍ୱାଗତ ଭାଷଣ ଦେବା ସହିତ ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଏସ୍‌ଏଚ୍‌ଏମ୍‌ର ପ୍ରଫେସର ସସ୍ମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

ହୋଟେଲ ମ୍ୟାନେଜମେଣ୍ଟର ନୂତନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ (ଏସ୍‌ଏଚ୍‌ଏମ୍‌)ରେ ଗୁରୁବାର  ନୂତନ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ  ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।

ଏହି ଅବସରରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରର ନିର୍ଦ୍ଦେଶକ ଶ୍ରୀ ପ୍ରସନ୍ନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ତାଜ୍ ବିଭାନ୍ତ ହୋଟେଲର ଜେନେରାଲ ମ୍ୟାନେଜର ଶ୍ରୀ ଆଶୀର୍ବାଦ ପ୍ରହରାଜ ଓ ଭୁବନେଶ୍ୱର ସ୍ଥିତ ସୈନିକ ସ୍ମୁଲ ପ୍ରିନ୍ସିପାଲ୍ କର୍ଣ୍ଣେଲ୍ ବାଲୁଭରତ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । 

ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ସ୍ୱାଗତ ଭାଷଣ ଦେବା ସହିତ ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଏସ୍‌ଏଚ୍‌ଏମ୍‌ର ପ୍ରଫେସର ସସ୍ମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।