ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ
ଗଜପତି : ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ। ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର... The post ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ appeared first on .
ଗଜପତି : ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ। ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ରାମଗିରି ଥାନା ପରିସଲ ଗାଁର ଲାଦେନ ମିଶାଇ। ଗୁରୁତର ପରୀକ୍ଷାର୍ଥୀଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ବେତାଗୁଡା ଠାରେ ଶାରିରୀକ ପରୀକ୍ଷା ଚାଲିଥିଲା। ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ। କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେହିଭଳି ଅନ୍ୟ ଜଣେ ପରୀକ୍ଷାର୍ଥୀ ପି. ଶଙ୍କର ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ଦୁଇଜଣ ପ୍ରାର୍ଥୀ ପୁଣି ଅସୁସ୍ଥ ହେବା ପରେ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି, ସେମାନେ ହେଲେ ଅର୍ପଣ ପାଣି ଓ ଅନ୍ୟ ଜଣଙ୍କ ପରିଚୟ ସ୍ପଷ୍ଟ ହୋଇ ନାହିଁ ।
The post ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ appeared first on .