ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର
ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ଛାଣିପୁରର ଆଶିଷ କୁମାର ଦାସ ବୋଲି ଜଣାପଡ଼ିଛି। ଆଶିଷ ସାଙ୍ଗମାନଙ୍କ ସହ ହୋଲି ଖେଳି ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର […] The post ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର appeared first on Dharitri Odia News.
ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ଛାଣିପୁରର ଆଶିଷ କୁମାର ଦାସ ବୋଲି ଜଣାପଡ଼ିଛି।
ଆଶିଷ ସାଙ୍ଗମାନଙ୍କ ସହ ହୋଲି ଖେଳି ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆଶିଷଙ୍କୁ ମୃତ ଘୋଷଣା କରିଥିଲେ। ଆଶିଷଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।
ସେହିପରି ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଦହିସ ଗାଁରେ ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣକ ଆୟୁଷ୍ମାନ ପାତ୍ର ବୋଲି ସୂଚନା ମିଳିଛି। ଆୟୁଷ୍ମାନ ପଞ୍ଚମ ଶ୍ରେଣୀରେ ପାଠ ପଢୁଥିଲେ। ସେ ହୋଲି ଖେଳି ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେତିକିବେଳେ ସେ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆୟୁଷ୍ମାନଙ୍କୁ ମୃତ ଘୋଷଣା କରିଥିଲେ। ପୁଅକୁ ହରାଇ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି।
The post ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର appeared first on Dharitri Odia News.