ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ ଗାଁରେ ମଙ୍ଗଳବାର ହୋଲି ଉତ୍ସବରେ ବୁଲିଛି ଖଣ୍ଡା ଭୁଜାଲି। ଏପରିକି ଗାଁରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟି ଖଣ୍ଡା, ଭୁଜାଲି, ଆକ୍ରମଣରେ ୫ଜଣ ଗୁରୁତର ହୋଇଛନ୍ତି। ପୂର୍ବଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ଜଣାପଡିଛି। ଗୁରୁତରଙ୍କୁ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନୀଳଗିରି ଆଇଆଇସିଙ୍କ ସହ ପୋଲିସ […] The post ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର appeared first on Dharitri Odia News.

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ ଗାଁରେ ମଙ୍ଗଳବାର ହୋଲି ଉତ୍ସବରେ ବୁଲିଛି ଖଣ୍ଡା ଭୁଜାଲି। ଏପରିକି ଗାଁରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟି ଖଣ୍ଡା, ଭୁଜାଲି, ଆକ୍ରମଣରେ ୫ଜଣ ଗୁରୁତର ହୋଇଛନ୍ତି। ପୂର୍ବଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ଜଣାପଡିଛି। ଗୁରୁତରଙ୍କୁ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନୀଳଗିରି ଆଇଆଇସିଙ୍କ ସହ ପୋଲିସ କର୍ମଚାରୀ ଗାଁରେ ପହଞ୍ଚି ୨ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଗାଁରେ ଉତ୍ତେଜନା ପରିସ୍ଥିତି ଲାଗି ରହିଥିବା ବେଳେ ପୋଲିସ ଫୋର୍ସ ମୃତୟନ କରାଯାଇଛି।

The post ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର appeared first on Dharitri Odia News.