ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ

ଛତ୍ରପୁର, ୨୬।୩ (ଦିଲ୍ଲୀପ ସାମଲ) : ହୋଲି ଖେଳି ସାରି ଗାଧୋଇବାକୁ ଯାଉଥିବା ବେଳେ ଅଘଟଣ। ଚମାଖଣ୍ଡି ଥାନା ଅନ୍ତର୍ଗତ ମାଙ୍ଗୁଆରୀପେଟା ଗ୍ରାମରେ ଥିବା ଏକ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି l ମୃତ ବ୍ୟକ୍ତି ଜଣକ ହେଲେ ଗ୍ରାମର ପି. ମନମଧ ରାଓ(୪୨)। ସେ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କର ଗୋଡ ଖସି ଯାଇଥିଲା। ସେଠାରେ ଉପସ୍ଥିତ କିଛି ଲୋକେ ଘଟଣା ସମ୍ପର୍କରେ ତାଙ୍କ ପରିବାର ଲୋକଙ୍କୁ ଜଣାଇ ଥିଲେ। ପରିବାର ଲୋକେ […] The post ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ appeared first on Dharitri Odia News.

ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ

ଛତ୍ରପୁର, ୨୬।୩ (ଦିଲ୍ଲୀପ ସାମଲ) : ହୋଲି ଖେଳି ସାରି ଗାଧୋଇବାକୁ ଯାଉଥିବା ବେଳେ ଅଘଟଣ। ଚମାଖଣ୍ଡି ଥାନା ଅନ୍ତର୍ଗତ ମାଙ୍ଗୁଆରୀପେଟା ଗ୍ରାମରେ ଥିବା ଏକ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି l ମୃତ ବ୍ୟକ୍ତି ଜଣକ ହେଲେ ଗ୍ରାମର ପି. ମନମଧ ରାଓ(୪୨)। ସେ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କର ଗୋଡ ଖସି ଯାଇଥିଲା। ସେଠାରେ ଉପସ୍ଥିତ କିଛି ଲୋକେ ଘଟଣା ସମ୍ପର୍କରେ ତାଙ୍କ ପରିବାର ଲୋକଙ୍କୁ ଜଣାଇ ଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚମାଖଣ୍ଡି ଥାନା ପୋଲିସ ମେଡିକାଲରେ ପହଞ୍ଚି ତଦନ୍ତ ଚଳାଇଛନ୍ତ। କେସ୍‌ ୨ ନଂର ଏକ ଅପମୃତୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିବା ଏସଆଇ ସୁଶାନ ବାଗ ସୂଚନା ଦେଇଛନ୍ତି।

The post ହୋଲିରେ ଅଘଟଣ: ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ appeared first on Dharitri Odia News.