ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର
ଦଶମନ୍ତପୁର,୨୬।୩(ଅରବିନ୍ଦ ନାୟକ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବର ମାହୋଲ ଥିବା ବେଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କ ପରିଚୟ ମିଳିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ମିଳିଥିବା ସୂଚନା ମୁତାବକ, ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଧୀନ ମାଙ୍କଡ଼ ମୁଣ୍ଡି ଗ୍ରାମ ନିକଟସ୍ଥ ମାଣ୍ଡିଙ୍ଗଠୁଟି ନିକଟରେ ଏହି ଦୁର୍ଘଟଣା ଘଟିଛି। […] The post ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର appeared first on Dharitri Odia News.
ଦଶମନ୍ତପୁର,୨୬।୩(ଅରବିନ୍ଦ ନାୟକ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବର ମାହୋଲ ଥିବା ବେଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କ ପରିଚୟ ମିଳିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ।
ମିଳିଥିବା ସୂଚନା ମୁତାବକ, ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଧୀନ ମାଙ୍କଡ଼ ମୁଣ୍ଡି ଗ୍ରାମ ନିକଟସ୍ଥ ମାଣ୍ଡିଙ୍ଗଠୁଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜଣେ ଯୁବକ ଏକ ବାଇକ୍ (ନଂ.ଓଡି୧୦ଇ୬୧୩୮)ରେ ଚିକାମ୍ଭ ଯାଉଥିଲେ। ସେତିକିବେଳେ ବିପରିତ ଦିଗରୁ ଆସୁଥିବା ଏକ ବାଇକ୍(ନଂ.ଓଡି୧୦ଏଲ୍-୫୯୪୦) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବାଇକ୍ରେ ଥିବା ଅନ୍ୟ ୩ଜଣ ଚକ୍ର ଗୌଡ଼(୩୦), ପିତାମ୍ବର ଗୌଡ଼(୨୫) ଓ ଡମ୍ବରୁ ଗୌଡ଼(୪୫) ଗୁରୁତର ହୋଇଛନ୍ତି। ସେମାନେ ଅଷ୍ଟପ୍ରହରୀ ନାମ ଯଜ୍ଞ ଦେଖି ବଙ୍ଗଳାଗୁଡ଼ା ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଦଶମନ୍ତପୁର ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡିଛି। ଏପରିକି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
The post ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର appeared first on Dharitri Odia News.