ହ୍ବାଇଟ୍‌ ହାଉସ୍‌କୁ ମିଳିଲା ନୂଆ ବସ୍ ।  ଶପଥ ନେଉ ନେଉ ବଡ଼ ଘୋଷଣା କଲେ ଟ୍ରମ୍ପ ।

କନକ ବ୍ୟୁରୋ: ଯୁକ୍ତରାଷ୍ଟ୍ର ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଡୋନାଲ୍ଡ  ଟ୍ରମ୍ପ୍‌ । ଦ୍ୱିତୀୟ ଥର ପାଇଁ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି ଆମେରିକା ଜନତା । ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି ବିଚାରପତି ଜନ୍‌ ରବର୍ଟସ୍‌ ।  ଶପଥ ନେଉ ନେଉ ଆଜି ବଡ଼ ଘୋଷଣା କରିଛନ୍ତି ଡୋନାଲ୍ଟ ଟ୍ରମ୍ପ୍‌ । କହିଲେ ପାନାମା କେନାଲ ଉପରେ ପୁଣି କବ୍‌ଜା କରିବ ଆମେରିକା । ପାନାମା କେନାଲରୁ ଚୀନ କବଜା ହଟାଯିବ । ଗଲ୍‌ଫ ଅଫ୍‌ ଆମେରିକାର ନାମ ବଦଳାଇବୁ । ମଙ୍ଗଳ ଗ୍ରହକୁ ମହାକାଶଯାତ୍ରୀ ପଠାଯିବ ।  ଟ୍ରମ୍ପ୍‌ କହିଛନ୍ତି, ‘ମୁଁ ଚାହୁଁଛି ସାରା ବିଶ୍ୱ ମୋତେ ଶାନ୍ତି ଦୂତ ଭାବରେ ମନେ ରଖୁ । ଅନ୍ୟ ଦେଶ ଉପରେ ଟ୍ୟାକ୍ସ ଓ ଟାରିଫ ବୃଦ୍ଧି କରଯିବ । ମେକ୍ସିକୋ ସୀମାରେ ପ୍ରାଚୀର ତିଆରି କରିବୁ । ଦର ନିୟନ୍ତ୍ରଣ କରିବା ଟ୍ରମ୍ପ୍‌ଙ୍କ ପ୍ରାଥମିକତା ରହିବ ବୋଲି କହିଛନ୍ତି ଟ୍ରମ୍ପ୍‌ । ଟ୍ରମ୍ପଙ୍କ ସହିତ ରିପବ୍ଲିକାନ ନେତା ଜେଡି ଭାନ୍ସ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ବିଚାରପତି ଜନ୍‌ ରବର୍ଟସ୍‌ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଥିଲେ । ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବ ଆମେରିକୀୟ ସଂସଦ ଭବନ ଭିତରେ ଅନୁଷ୍ଠିତ ହୋଇଛି । ପ୍ରବଳ ଥଣ୍ଡା ଯୋଗୁ ସଂସଦ ଭବନରେ ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି । ସମାରୋହରେ ପୂର୍ବତନ ରାଷ୍ଟ୍ରପତି ବିଲ୍ କ୍ଲିଣ୍ଟନ୍, ଜର୍ଜ ବୁଶ, ବାରାକ୍ ଓବାମାଙ୍କଠାରୁ ଆରମ୍ଭ କରି ବ

ହ୍ବାଇଟ୍‌ ହାଉସ୍‌କୁ ମିଳିଲା ନୂଆ ବସ୍ ।  ଶପଥ ନେଉ ନେଉ ବଡ଼ ଘୋଷଣା କଲେ ଟ୍ରମ୍ପ ।

କନକ ବ୍ୟୁରୋ: ଯୁକ୍ତରାଷ୍ଟ୍ର ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଡୋନାଲ୍ଡ  ଟ୍ରମ୍ପ୍‌ । ଦ୍ୱିତୀୟ ଥର ପାଇଁ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି ଆମେରିକା ଜନତା । ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି ବିଚାରପତି ଜନ୍‌ ରବର୍ଟସ୍‌ ।  ଶପଥ ନେଉ ନେଉ ଆଜି ବଡ଼ ଘୋଷଣା କରିଛନ୍ତି ଡୋନାଲ୍ଟ ଟ୍ରମ୍ପ୍‌ । କହିଲେ ପାନାମା କେନାଲ ଉପରେ ପୁଣି କବ୍‌ଜା କରିବ ଆମେରିକା । ପାନାମା କେନାଲରୁ ଚୀନ କବଜା ହଟାଯିବ । ଗଲ୍‌ଫ ଅଫ୍‌ ଆମେରିକାର ନାମ ବଦଳାଇବୁ । ମଙ୍ଗଳ ଗ୍ରହକୁ ମହାକାଶଯାତ୍ରୀ ପଠାଯିବ । 

ଟ୍ରମ୍ପ୍‌ କହିଛନ୍ତି, ‘ମୁଁ ଚାହୁଁଛି ସାରା ବିଶ୍ୱ ମୋତେ ଶାନ୍ତି ଦୂତ ଭାବରେ ମନେ ରଖୁ । ଅନ୍ୟ ଦେଶ ଉପରେ ଟ୍ୟାକ୍ସ ଓ ଟାରିଫ ବୃଦ୍ଧି କରଯିବ । ମେକ୍ସିକୋ ସୀମାରେ ପ୍ରାଚୀର ତିଆରି କରିବୁ । ଦର ନିୟନ୍ତ୍ରଣ କରିବା ଟ୍ରମ୍ପ୍‌ଙ୍କ ପ୍ରାଥମିକତା ରହିବ ବୋଲି କହିଛନ୍ତି ଟ୍ରମ୍ପ୍‌ । ଟ୍ରମ୍ପଙ୍କ ସହିତ ରିପବ୍ଲିକାନ ନେତା ଜେଡି ଭାନ୍ସ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ବିଚାରପତି ଜନ୍‌ ରବର୍ଟସ୍‌ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଥିଲେ । ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବ ଆମେରିକୀୟ ସଂସଦ ଭବନ ଭିତରେ ଅନୁଷ୍ଠିତ ହୋଇଛି । ପ୍ରବଳ ଥଣ୍ଡା ଯୋଗୁ ସଂସଦ ଭବନରେ ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି । ସମାରୋହରେ ପୂର୍ବତନ ରାଷ୍ଟ୍ରପତି ବିଲ୍ କ୍ଲିଣ୍ଟନ୍, ଜର୍ଜ ବୁଶ, ବାରାକ୍ ଓବାମାଙ୍କଠାରୁ ଆରମ୍ଭ କରି ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍ ସାମିଲ ହୋଇଥିଲେ। ଭ‌ାରତର ପ୍ରତିନିଧିତ୍ୱ କରିଥିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର । ରିଲାଏନ୍ସ ଅଧ୍ୟକ୍ଷ ମୁକେଶ ଅମ୍ବାନି ଏବଂ ତାଙ୍କ ପତ୍ନୀ ନୀତା ଅମ୍ବାନି ମଧ୍ୟ ଏହି ଉତ୍ସବରେ ସାମିଲ ହୋଇଥିଲେ ।