ୟୁପି, ଗୁଜରାଟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି; ୧୧ ଜଣଙ୍କ ମୃତ୍ୟୁ
ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ପଶ୍ଚିମ ୟୁପିର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ ଅଂଚଳ ଜଳବନ୍ଦି ହୋଇ ରହିଛି। ଗୋରଖପୁରରେ ରାପ୍ତି ଏକ ସପ୍ତାହ ହେବ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଫଳରେ ୫୫ଟି ଗାଁ ଜଳମଗ୍ନ ହୋଇଥିବା ବେଳେ ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଲକ୍ଷ୍ମୀପୁର ଖେରିରେ ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି […]

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ପଶ୍ଚିମ ୟୁପିର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ ଅଂଚଳ ଜଳବନ୍ଦି ହୋଇ ରହିଛି। ଗୋରଖପୁରରେ ରାପ୍ତି ଏକ ସପ୍ତାହ ହେବ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଫଳରେ ୫୫ଟି ଗାଁ ଜଳମଗ୍ନ ହୋଇଥିବା ବେଳେ ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଲକ୍ଷ୍ମୀପୁର ଖେରିରେ ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଗୁଜରାଟରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି ଏବଂ ପ୍ରଭାବିତ ଅଂଚଳରେ ଏନ୍ଡିଆର୍ଏଫ୍ ମୁତୟନ ହୋଇଛନ୍ତି। ଆସନ୍ତା ୪ ଦିନ ମଧ୍ୟରେ କୋଙ୍କଣ, ଗୋଆ, ମଧ୍ୟ ମହାରାଷ୍ଟ୍ର, ଗୁଜରାଟ ଏବଂ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଗୁଜରାଟର ସୌରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁଁ ପାଲାର୍ଧୁନା ଜଳପ୍ରପାତରେ ପାଣି ବଢିବା ପରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି ।