୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବାରିପଦା : ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୧୦ ତାରିଖରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ପାଇପାରିବେ। ଜୁନ ୧୨ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା। ବିଭାଗ ପକ୍ଷରୁ ଜାରି ନିୟମାବଳୀ ଅନୁଯାୟୀ, ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ […]

୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବାରିପଦା : ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୧୦ ତାରିଖରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ପାଇପାରିବେ।

ଜୁନ ୧୨ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା। ବିଭାଗ ପକ୍ଷରୁ ଜାରି ନିୟମାବଳୀ ଅନୁଯାୟୀ, ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ। ତଦସହିତ ଦୈନିକ ସର୍ବାଧିକ ପ୍ରଥମେ ପହଞ୍ଚିଥିବା ୨୫ଟି ଚାରି ଚକିଆ ଯାନ ପିଠାବଟା ତନଖି ଫାଟକ ମଧ୍ୟ ଦେଇ ଏବଂ ପ୍ରଥମ ୩୫ଟି ଚାରି ଚକିଆ ଯାନ ଯଶିପୁର କାଳିଆଣି ତନଖି ଫାଟକ ମଧ୍ୟ ଦେଇ ପ୍ରବେଶ ପାଇଁ ଅନୁମତି ଦେବାର ବ୍ୟବସ୍ଥା ରଖାଯାଇଛି। ଶିମିଳିପାଳ ମଧ୍ୟକୁ ଯିବାକୁ ଥିବା ସମସ୍ତ ଚାରି ଚକିଆ ଯାନ ଗୁଡିକ ୧୮୦ ଏମଏମ କିମ୍ବା ଅଧିକ ଗ୍ରାଉଣ୍ଡ କ୍ଲିୟରାନ୍ସ ରହିବାର ଆବଶ୍ୟକତା ରହିଥିବା ସହିତ ବ୍ୟାଘ୍ର ପ୍ରକଳ୍ପ ଭିତରକୁ ପ୍ରବେଶ ସମୟରେ ପ୍ରତ୍ୟେକ ଯାନ ସହିତ ଜଣେ ଗାଇଡ ନେବା ବାଧ୍ୟତାମୂଳକ ରହିଛି। ଏହି ଫାଟକ ଦେଇ ଭାରୀଯାନ ପ୍ରବେଶକୁ ନିଷେଧ କରାଯାଇଛି ।