୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବ୍ରହ୍ମପୁର ହୋଣ୍ଡା ଶୋ’ରୁମର ମ୍ୟାନେଜର ସୁଶାନ୍ତ ମିଶ୍ର। ସେହିଭଳି ଗୁରୁତର ଆହତ ବ୍ୟକ୍ତି ଜଣଙ୍କ ହେଲେ ସୁଶାନ୍ତ ମିଶ୍ରଙ୍କ ଡ୍ରାଇଭର ଜୟ ଆନମୂଲ। ସୂଚନାନୁଯାୟୀ, ଆଜି ଅପରାହ୍ନ ୩ଟା ସମୟରେ […] The post ୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର appeared first on Dharitri Odia News.

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବ୍ରହ୍ମପୁର ହୋଣ୍ଡା ଶୋ’ରୁମର ମ୍ୟାନେଜର ସୁଶାନ୍ତ ମିଶ୍ର। ସେହିଭଳି ଗୁରୁତର ଆହତ ବ୍ୟକ୍ତି ଜଣଙ୍କ ହେଲେ ସୁଶାନ୍ତ ମିଶ୍ରଙ୍କ ଡ୍ରାଇଭର ଜୟ ଆନମୂଲ।

ସୂଚନାନୁଯାୟୀ, ଆଜି ଅପରାହ୍ନ ୩ଟା ସମୟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା କାର (ଓଡି ୦୫ ଏଏମ୍‌ ୮୬୯୦) ଭାରସାମ୍ୟ ହରାଇ ୧୦ଫୁଟ ତଳକୁ ଖସି ଏକ ଗଛକୁ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ବ୍ରହ୍ମପୁର ହୋଣ୍ଡା ଶୋ’ରୁମର ମ୍ୟାନେଜରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଜଣଙ୍କ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ରମ୍ଭା ଥାନା,ରମ୍ଭା ଅଗ୍ନିଶମ ବିଭାଗ ଓ ହାଇୱେ ପାଟ୍ରୋଲିଂ ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ କର୍ମଚାରୀ ,ଅଗ୍ନିଶମ ବିଭାଗର କର୍ମଚାରୀ ,ହାଇୱେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜିକୁ ଚିକିତ୍ସା ପାଇଁ ନେଇଥିଲେ । ପୋଲିସ ମୃତକଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।ଏନେଇ ସୁଶାନ୍ତ ମିଶ୍ରଙ୍କ ସ୍ତ୍ରୀ ସାଧନା ଚୌଧୁରୀ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା ହୋଇଥିବା ନେଇ ରମ୍ଭା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

The post ୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର appeared first on Dharitri Odia News.