୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି
କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏଥିଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଅନ୍ୟପକ୍ଷରେ ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣି ହୋଇଯାଇଛି। ଗୋଟିଏ ନଳକୂପ ଖୋଳିଲେ […] The post ୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି appeared first on Dharitri Odia News.
କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏଥିଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଅନ୍ୟପକ୍ଷରେ ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣି ହୋଇଯାଇଛି। ଗୋଟିଏ ନଳକୂପ ଖୋଳିଲେ ଅନୂ୍ୟନ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ହେଲେ ସେଥିରୁ ଲୁଣି ପାଣି ବାହାରୁଛି।
ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇପାରୁ ନ ଥିବାରୁ ପାନୀୟ ଜଳ ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲାକୁ ଜଳଶକ୍ତି ଅଭିଯାନରେ ସାମିଲ କରାଯାଇଛି। ଏହି ଅଭିଯାନରେ ପ୍ରତି ନଳକୂପରେ ସକିଂ ପାଇପ ପିଟ୍ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳ ଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଏହି ଅଭିଯାନ ଜିଲାର ପ୍ରଶାସନିକ ଅବହେଳା ଯୋଗୁ ଫେଲ୍ ମାରିଛି ବୋଲି ସାମାଜିକ କର୍ମୀ ପ୍ରତାପ ପାଢ଼ୀ, ବିଭୂତି ଭୂଷଣ ରାଉତ, ପ୍ରତାପ ରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି।
ଅପରପକ୍ଷରେ ୨୦୨୫ ମାର୍ଚ୍ଚ ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇ ପାରିଲାନାହିଁ। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଉଠାଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍ଜିଟି ମାମଲାରେ ଛନ୍ଦି ହୋଇଯାଇଛି। ନେତା ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା କୁହାଯାଉଛି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ରଙ୍କୁ ପଚାରିବାରେ ସେ କହିଛନ୍ତି, ନିକଟରେ ପାନୀୟ ଜଳ ଯୋଗାଣ ସମ୍ପର୍କରେ ବୈଠକ ହୋଇଥିଲା। ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ ପ୍ରକ୍ରିୟା ଜାରି ରହିଛି। ଖୁବ୍ଶୀଘ୍ର ସମସ୍ତଙ୍କ ଘରେ ପାନୀୟ ଜଳ ପାଇପ ମାଧ୍ୟମରେ ପହଞ୍ଚତ୍ବ ବୋଲି ସେ କହିଛନ୍ତି।
The post ୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି appeared first on Dharitri Odia News.