୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ
ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍ଏମ୍ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ ଲାଗି ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଥିବା ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଚିତ୍ରକୋଣ୍ଡା ବ୍ଲକ ଉକ୍ତ ବିଦ୍ୟାଳୟର ଜଣେ […] The post ୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ appeared first on Dharitri Odia News.
ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍ଏମ୍ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ ଲାଗି ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଥିବା ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଚିତ୍ରକୋଣ୍ଡା ବ୍ଲକ ଉକ୍ତ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ନାବାଳିକା ଛାତ୍ରୀ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇ ହଷ୍ଟେଲକୁ ଫେରିଲା ପରେ ସନ୍ଧ୍ୟାରେ ଗର୍ଭଯନ୍ତ୍ରଣା ଅନୁଭବ କରିଥିଲେ। ପରେ ଛାତ୍ରାବାସ ଛାତ ଉପରେ ଏକ ସନ୍ତାନ ଜନ୍ମ ଦେଇଥିଲେ। ଏହି ଘଟଣା ଜଣାପଡିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ନାବାଳିକାଙ୍କ ବାପାଙ୍କୁ ଜଣାଇଥିଲେ। ଝିଅର ଏ ଅବସ୍ଥା ଦେଖି ତାଙ୍କ ବାପା ଚିତ୍ରକୋଣ୍ଡା ଥାନାରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀକରି ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ନାବାଳିକାଙ୍କ ସହ ନବଜାତକକୁ ଚିତ୍ରକୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ମାଲକାନଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଏହି ଘଟଣାକୁ ନେଇ ଚିତ୍ରକୋଣ୍ଡା ପୋଲିସ ପ୍ରାଥମିକ ତଦନ୍ତ ପରେ ଦିସାରିଗୁଡା ଗ୍ରାମର ଜଣଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଏ ଘଟଣା ଜାଣିଲା ପରେ ମଙ୍ଗଳବାର ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ଚିତ୍ରକୋଣ୍ଡା ଯାଇ ତଦନ୍ତ କରିଛନ୍ତି।
The post ୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ appeared first on Dharitri Odia News.