୧୦ରୁ ସାମୁହିକ ଔଷଧ ସେବନ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ଫାଇଲେରିଆ ନିରାକରଣ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗର ସହନିର୍ଦ୍ଦେଶକ ଡା. ଶୁଭାଶିଷ ମହାନ୍ତି, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସାଧୁଚରଣ ଦାଶଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଆସନ୍ତା ୧୦ତାରିଖରୁ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ […] The post ୧୦ରୁ ସାମୁହିକ ଔଷଧ ସେବନ appeared first on Dharitri Odia News.

୧୦ରୁ ସାମୁହିକ ଔଷଧ ସେବନ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ଫାଇଲେରିଆ ନିରାକରଣ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗର ସହନିର୍ଦ୍ଦେଶକ ଡା. ଶୁଭାଶିଷ ମହାନ୍ତି, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସାଧୁଚରଣ ଦାଶଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଆସନ୍ତା ୧୦ତାରିଖରୁ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ରହିଛି ଏବଂ ଏହା ଚଳିତମାସ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ବିଭାଗୀୟ ଅଧିକାରୀମାନେ ସୂଚନା ଦେଇଥିଲେ।

The post ୧୦ରୁ ସାମୁହିକ ଔଷଧ ସେବନ appeared first on Dharitri Odia News.