୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ ବୋଲି ବିଜେଡି ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ନିର୍ବାଚନ ପୂର୍ବରୁ ଯେଉଁ ପ୍ରତିଶ୍ରୁତି ଦିଆଯାଇଥିଲା ଏହି ୧୦୦ ଦିନରେ ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା ବୋଲି କହି ସେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ଗତ […] The post ୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା appeared first on Dharitri Odia News.

୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ ବୋଲି ବିଜେଡି ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ନିର୍ବାଚନ ପୂର୍ବରୁ ଯେଉଁ ପ୍ରତିଶ୍ରୁତି ଦିଆଯାଇଥିଲା ଏହି ୧୦୦ ଦିନରେ ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା ବୋଲି କହି ସେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ।

ସେ କହିଛନ୍ତି, ଗତ ନିର୍ବାଚନରେ ଭାଜପା ତା’ର ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ, ବାର୍ଦ୍ଧକ୍ୟ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି କରିବ କିନ୍ତୁ ରାଜ୍ୟ ବଜେଟରେ କେବଳ ୮୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ଓ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ମାସିକ ଭତ୍ତାକୁ ୩୫୦୦ ଟଙ୍କାକୁ ବୃଦ୍ଧି କରା ଯାଇଛି। ତେଣୁ ରାଜ୍ୟର ୮୦ ଭାଗ ଭତ୍ତାଧାରୀ ରାଜ୍ୟ ସରକାରଙ୍କ ପ୍ରବଞ୍ଚନାର ଶିକାର ହୋଇଛନ୍ତି। ଓଡ଼ିଆ ଅସ୍ମିତାର ନାରା ଦେଇ ସରକାରକୁ ଆସିଥିବା ଭାଜପା ରାଜ୍ୟରେ ଓଡ଼ିଆଙ୍କୁ ନ୍ୟାୟ ଦେବାରେ ବିଫଳ ହେଉଛି। ରାଜ୍ୟପାଳଙ୍କ ପୁଅ ଦ୍ୱାରା ଜଣେ ଓଡ଼ିଆ ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀଳ ହୋଇଥିଲେ ହେଁ ରାଜ୍ୟ ସରକାର ଏଥିରେ ନ୍ୟାୟ ପ୍ରଦାନ ଦୂରେ ଥାଉ, ସାମାନ୍ୟ ମାମଲାଟିଏ ମଧ୍ୟ କରିପାରିଲେ ନାହିଁ । ଚିକିଟି ମଦମୃତ୍ୟୁ ଘଟଣାରେ ପାଞ୍ଚ ଜଣଙ୍କ ଜୀବନ ଯାଇଥିଲା, ଯାହା ରାଜ୍ୟ ସରକାରଙ୍କ ଆଉ ଏକ ବିଫଳତା ଥିଲା। ରାଜ୍ୟ ଭାଜପା ସରକାର ସୁଭଦ୍ରା ଯୋଜନା ଉପରେ ଅନେକ ବାହୁସ୍ଫୋଟ ମାରୁଥିଲେ ହେଁ ବାସ୍ତବରେ ଏହି ଯୋଜନାରେ ସରକାର ରାଜ୍ୟର ମହିଳାମାନଙ୍କୁ ପ୍ରତାରଣା କରିଛନ୍ତି।

The post ୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା appeared first on Dharitri Odia News.