୧୦୮ ଗରା ସୁବାଷିତ ଜଳରେ ଗାଧୋିଇଥାନ୍ତି ତିନିଠାକୁର, ଜାଣିଛନ୍ତି ସୁନା କୂଅର ନାଁ କଣ ?

ପୁରୀ ୨୨/୦୬: ଦେବସ୍ନାନ ପୂର୍ଣ୍ଣିମା । ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ତେବେ ଆପଣ ଜାଣିଛନ୍ତି ଠାକୁରଙ୍କ ପାଇଁ ପାଣି ଆସୁଥିବା କୂଅର ପ୍ରକୃତ ନାମ କଣ । କହିବାକୁ ଗଲେ ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।ପ୍ରକୃତରେ ଜଗନ୍ନାଥଙ୍କ ପାଇଁ ୩୫ ଗରା, ବଳଭଦ୍ରଙ୍କ ୩୩ ଗରା, ସୁଭଦ୍ରାଙ୍କ ପାଇଁ  ୨୨ ଗରା, ସୁଦର୍ଶନଙ୍କ ପାଇଁ  ୧୮ ଗରା ଜଳରେ ଗାଧ

୧୦୮ ଗରା ସୁବାଷିତ ଜଳରେ ଗାଧୋିଇଥାନ୍ତି ତିନିଠାକୁର, ଜାଣିଛନ୍ତି ସୁନା କୂଅର ନାଁ କଣ ?

ପୁରୀ ୨୨/୦୬: ଦେବସ୍ନାନ ପୂର୍ଣ୍ଣିମା । ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ତେବେ ଆପଣ ଜାଣିଛନ୍ତି ଠାକୁରଙ୍କ ପାଇଁ ପାଣି ଆସୁଥିବା କୂଅର ପ୍ରକୃତ ନାମ କଣ । 

କହିବାକୁ ଗଲେ ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । 

କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।

ପ୍ରକୃତରେ ଜଗନ୍ନାଥଙ୍କ ପାଇଁ ୩୫ ଗରା, ବଳଭଦ୍ରଙ୍କ ୩୩ ଗରା, ସୁଭଦ୍ରାଙ୍କ ପାଇଁ  ୨୨ ଗରା, ସୁଦର୍ଶନଙ୍କ ପାଇଁ  ୧୮ ଗରା ଜଳରେ ଗାଧୋଇଥାନ୍ତି । ୧୦୮ ଗରା ଜଳରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ,  ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । 

ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି ।